କିପରି କଟିବ ଆଜି ଆପଣଙ୍କ ଦିନ: ୦୯/୦୭/୨୦୨୨

ମେଷ:ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ପଢାପଢିରେ ମାନସିକ ଶାନ୍ତି ମିଳିବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ସନ୍ତୁଷ୍ଟ ହୋଇ ପାରେ । ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ ।

ବୃଷ:ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଠାରୁ କିଛି ଅର୍ଥ ଆଦାୟହେବ ।

ମିଥୁନ:ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ ।

କର୍କଟ:ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ବିଦ୍ୟାରେ ଉନ୍ନତି କରିବେ । ରାଜନୈତିକ କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବ ।

ସିଂହ:ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ବରଂ ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବେ ।

କନ୍ୟା:କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ ।

ତୁଳା:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବାଦବିବାଦ, ପ୍ରତିଦ୍ୱନ୍ଦିତା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ଯୋଜନା ସଫଳ ହୋଇପାରିବ ।

ବିଛା:ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ।

ଧନୁ:ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଉଚ୍ଚାଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ ।

ମକର:ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି କରିପାରିବେ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ ।

କୁମ୍ଭ:ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ ।

ମୀନ:ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ସବୁଥିରେ ସଫଳତା ମିଳିବ । କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ରାଜନୀତି କ୍ଷେତ୍ରରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ ।