କିପରି କଟିବ ଆଜି ଆପଣଙ୍କ ଦିନ: ୨୧/୦୭/୨୦୨୨

ମେଷ:ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବା ଫଳରେ ଅନେକ ଦିଗରୁ ଖୁସି ମିଳିବ । ଦୂରଯାତ୍ରାର ସୁଯୋଗ ମିଳିବ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ଉଚ୍ଚାଧିକାରୀ ମାନେ ପ୍ରସନ୍ନ ରହିବେ ।

ବୃଷ:ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ ।

ମିଥୁନ:ସ୍ୱାସ୍ଥ୍ୟ ଉତ୍ତମ ରହିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ ।

କର୍କଟ:ଶିକ୍ଷାକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ପ୍ରାପ୍ତି ହେବ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ଏବଂ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ଦୂରଯାତ୍ରାରେ ସଫଳ ହେବେ ।

ସିଂହ:କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

କନ୍ୟା:ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ ।

ତୁଳା:ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରୀରିକ ପୀଡା ଭୋଗି ପାରନ୍ତି ।

ବିଛା:ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ନୂତନ କାର୍ଯ୍ୟରେ ଉନ୍ନତି ହେବ । ନୂତନ ସମ୍ପତ୍ତି କ୍ରୟ କରିବେ । ପାରିବାରିକ କ୍ଷେତ୍ରରେ ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢିବ ।

ଧନୁ:କର୍ମଜୀବୀମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇ ପାରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମର ଫଳ ପାଇବେ । ପାରିବାରିକସ୍ଥିତି ସାମାନ୍ୟ ବଦଳିବ । ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ ।

ମକର:ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଯୋଗେ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ । ପରିବାରରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବା ଫଳରେ ଶାନ୍ତିପାଇବେ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ ।

କୁମ୍ଭ:ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ ।

ମୀନ:ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ମାନସିକ ଚିନ୍ତା ଦୂରହେବ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ମାଲିମୋକଦ୍ଦମାର ସହଜ ସମାଧାନ ହେବ ।