କିପରି କଟିବ ଆଜି ଆପଣଙ୍କ ଦିନ: ୨୯/୦୭/୨୦୨୨

ମେଷ:ଧର୍ମକାର୍ଯ୍ୟକୁ ମନ ବଳାଇ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ । ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ ।

ବୃଷ:ସୁଖ ଶାନ୍ତିରେ ଦିନଟି କଟାଇବେ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ ।

ମିଥୁନ:ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ ।

କର୍କଟ:ସରକାରୀ କାମରେ ସଫଳତା ପାଇବେ । ଅଚାନକ ଭାବରେ ଧନ ଲାଭ ହେବ । ଦୂରଯାତ୍ରା କରି ମନ ଖୁସି ରହିବ । ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ସିଂହ:ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପାଠ ପଢ଼ାରେ ମନଯୋଗ ଦେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ ।

କନ୍ୟା:ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବ୍ୟବସାୟରେ ଆର୍ଥିକସ୍ଥିତି ସୁଦୃଢ଼ ହେବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧି ପାଇବ ।

ତୁଳା:ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି ।

ବିଛା:ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ପାଇବେ । ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ ।

ଧନୁ:ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳହେବ । ବାଦବିବାଦ, ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ।

ମକର:ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ।

କୁମ୍ଭ:ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶୁଭକାମ କରିପାରିବେ ଓ ସବୁଥିରେ ସଫଳତା ମିଳିବ । କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ମୀନ:କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।