କିପରି କଟିବ ଆଜି ଆପଣଙ୍କ ଦିନ: ୫/୩/୨୦୨୧

ମେଷ: ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ ।

ବୃଷ:  ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ ।

ମିଥୁନ: ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ରାଜନୀତିରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ ଓ ସ୍ଵନାମ ଅର୍ଜନ କରିପାରିବେ । ବାଦବିବାଦ, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

କର୍କଟ: ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ ।

ସିଂହ:  ନାନା ବାଟରେ ଧନାଗମ ଘଟି ନିଜର ପ୍ରତିଷ୍ଠା ଓ ସୁନାମ ବଢିବ ଆୟ ମଧ୍ୟ ଉତ୍ତମ ହେବ । ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ । କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ କରେଇବା ଯୋଗେ ଗୁରୁଜନ ସନ୍ତୁଷ୍ଟ ରହିବେ ।

କନ୍ୟା: ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ ।

ତୁଳା: ବ୍ୟବସାୟିକ କ୍ଷେତ୍ରରେ ସ୍ଥିତି ସୁଧୁରିବା ସହ ଉନ୍ନତିହେବ । ଔଷଧନିର୍ମାଣ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଆର୍ଥିକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।

ବିଛା: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ଧନୁ: ବ୍ୟବସାୟରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ସଫଳତା ଅର୍ଜନ କରି ପାରିବେ । ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ।

ମକର: ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଆପଣା ଲୋକଙ୍କ ଠାରୁ ପ୍ରଶଂସିତ ହେବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଅର୍ଥ ପ୍ରାପ୍ତି ହୋଇଯିବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ ।

କୁମ୍ଭ: ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟୀମାନେ କାରବାରରେ ବୁଡିରହି ଆଶାତୀତ ଲାଭପାଇବେ । ନିମ୍ନବର୍ଗର ବ୍ୟକ୍ତି ବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ ।

ମୀନ: ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ ଓ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆର୍ଥିକଦିଗରୁ ସୁବିଧା ହେବାସହ ଉଚିତ୍ ପରାମର୍ଶ ପାଇ ପୈତୃକ ସମ୍ପତ୍ତି ନେଇ ଥିବା ପାରିବାରିକ ଦ୍ୱନ୍ଦର ସମାଧାନ ହେବ ।