କିପରି କଟିବ ଆଜି ଆପଣଙ୍କ ଦିନ: ୨୧/୦୮/୨୦୨୨

ମେଷ:ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ ।

ବୃଷ:ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ । ସାମାଜିକ ପତିଆରା ଅମଳିନ ରହିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ ।

ମିଥୁନ:ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କାର୍ଯ୍ୟକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣିବେ । ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ ।

କର୍କଟ:ନୂତନ ସଂସ୍ଥାର ଆୟୋଜନ କରିବେ । ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ ।

ସିଂହ:ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଶରୀର ସୁସ୍ଥ ରହିବା ସହ ଋଣରୁ ମୁକ୍ତି ମିଳିବ । ଶତୃମାନେ ଦୂରେଇ ଯିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ ।

କନ୍ୟା:ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ସମସ୍ୟାର ସମାଧାନ ହୋଇପାରେ ।

ତୁଳା:ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ ।

ବିଛା:ଅନେକ ପ୍ରକାର ପରିବର୍ତ୍ତନ ଆସିବ । ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ।

ଧନୁ:ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି । ଜୀବନର ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି । ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ । କୌଣସି ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ବିରୋଧୀମାନେ ସାମ୍ନାକୁ ଆସିପାରିବେ ନାହିଁ ।

ମକର:ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ଗୃହୋପକରଣ କ୍ରୟ କରି ପାରନ୍ତି ।

କୁମ୍ଭ:ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ ।

ମୀନ:କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ ।