କିପରି କଟିବ ଆଜି ଆପଣଙ୍କ ଦିନ: ୦୨/୦୯/୨୦୨୨

ମେଷ:ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ପରିବାରରେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ ।

ବୃଷ:ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଦୂରଯାତ୍ରାରେ ଲାଭ ବାନ୍ ହେବେ । ଶିକ୍ଷା କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ ।

ମିଥୁନ:ଶିକ୍ଷା କ୍ଷେତ୍ରରେ ସଫଳ ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

କର୍କଟ:ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀ ସନ୍ତୋଷ ପ୍ରକାଶ କରି ପାରନ୍ତି । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି ।

ସିଂହ:ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ସମସ୍ତ ବ୍ୟବସାୟରେ ଆୟ ବୃଦ୍ଧି ହେବ । ଶତ୍ରୁମାନେ ମଥାନତ କରିବେ ଓ କର୍ମକ୍ଷେତ୍ରରେ ସହକର୍ମୀଙ୍କ ଯୋଗେ ଶାନ୍ତି ମିଳିବ ।

କନ୍ୟା:ସମାଜ ସେବାକରି ସ୍ଵନାମ ଅର୍ଜନ କରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ତୁଳା:ଶତୃ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଶାରୀରିକ କଷ୍ଟ ଦୂରେଇ ଯିବ ଓ ସରକାରୀ ସାହାଯ୍ୟ ମିଳିପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ ।

ବିଛା:ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ ।

ଧନୁ:ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ଖେଳ, ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ସାକ୍ଷାତ୍କାରରେ ବିଜୟୀ ହେବେ ।

ମକର:ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ ।

କୁମ୍ଭ:ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବାଦବିବାଦ, ମାଲିମୋକଦ୍ଦମା ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଜନସେବାରେ ନିଜକୁ ନିୟୋଜିତ କରିବେ ।

ମୀନ:ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ । ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଉପୁଜିବ ।