କିପରି କଟିବ ଆଜି ଆପଣଙ୍କ ଦିନ: ୧୧/୦୯/୨୦୨୨

ମେଷ:କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପ୍ରେମିକ ପ୍ରେମିକାମାନେ ଖୁସି ହେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ବିହିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ ।

ବୃଷ:ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ସମ୍ପତ୍ତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ସ୍ୱାସ୍ଥ୍ୟ ଠିକ୍ ରହିବା ଫଳରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ।

ମିଥୁନ:ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଭଲଲାଭ ହେବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବା ସହ ମାନସିକ ଶାନ୍ତି ପାଇବେ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ ।

କର୍କଟ:ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ । କର୍ମକ୍ଷେତ୍ରରେ କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୀତି କ୍ଷେତ୍ରରେ ସମର୍ଥକଙ୍କ ସଂଖ୍ୟା ବୃଦ୍ଧି ହେବ ।

ସିଂହ:ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗ ପାଇବେ । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ବଳୀୟାନ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେଇପାରେ ।

କନ୍ୟା:ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଚାକିରୀ କ୍ଷେତ୍ରରେ ଅଧିକାରୀ ଓ ସହକର୍ମୀଙ୍କ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ବ୍ୟବସାୟୀ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ ।

ତୁଳା:ବିଦ୍ୟାର୍ଥୀମାନେ ପାଠ ପଢ଼ାରେ ମନଯୋଗ ଦେଇ ଉଚ୍ଚଶିକ୍ଷାରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବା ଫଳରେ ପ୍ରଶଂସିତ ହେବେ । ପରିବାରରେ କୌଣସି ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି ।

ବିଛା:ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଶୁଭ କାମ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ ।

ଧନୁ:ପରିବାରରେ ଆର୍ଥିକ ଉନ୍ନତି ହେବ । କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ ।

ମକର:ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ସମସ୍ୟା ସମାଧାନ କରି ପାରିବେ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ ।

କୁମ୍ଭ:ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ କଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ ।

ମୀନ:କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ । ପରିବାରରରେ ମନୋମାଳିନ୍ୟ ମେଣ୍ଟିଯାଇ ଆକସ୍ମିକଧନ ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ।