କିପରି କଟିବ ଆଜି ଆପଣଙ୍କ ଦିନ: ୧୨/୦୯/୨୦୨୨

ମେଷ:କର୍ମକ୍ଷେତ୍ରରେ କର୍ମାନୁଯାୟୀ ଅପେକ୍ଷାକୃତ ଫଳପ୍ରାପ୍ତି ହେତୁ ସୁସ୍ଥ ବାତାବାରଣ ପାଇବେ । ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

ବୃଷ:ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଫଳ ପାଇବେ । କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ ।

ମିଥୁନ:କର୍ମଚାରୀ ଓ ଶ୍ରମିକମାନେ ଉପର ମହଲରୁ ଆଶାତୀତ ଉପକୃତ ହେବେ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠହେବ ।

କର୍କଟ:କର୍ମକ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ରାଜନୀତିରେ କୂଟନୀତିର ଶୀକାର ହେଲେ ବି ସମ୍ମାନର ସହିତ ଦିନଟି ବିତାଇବେ ।

ସିଂହ:ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ଛାତ୍ରଛତ୍ରୀମାନେ ପଢ଼ାପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତା ରେ ବିଜୟୀ ହେବେ ।

କନ୍ୟା:ଶତ୍ରୁ, ରୋଗ, ଋଣ କବଳରୁ ମୁକ୍ତି ପାଇବାର ରାସ୍ତା ଦେଖାଦେବ । ବ୍ୟବସାୟରେ ବୃଦ୍ଧିହେବା ଫଳରେ ଆଶାତୀତ ଲାଭ ପାଇବା ସହ ଉତ୍ତମ ରୋଜଗାରର ସୁବିଧା ପାଇବେ । ନୂତନ ବ୍ୟବସାୟର ଶୁଭାରମ୍ଭ କରିହେବ ।

ତୁଳା:ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରି ପାରନ୍ତି ।

ବିଛା:ସ୍ୱାସ୍ଥ୍ୟ ଠିକ୍ ରହିବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ । ନୂତନ ଯୋଜନାରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ ।

ଧନୁ:ସହକର୍ମୀ ଓ ଅଧିନସ୍ଥ କର୍ମଚାରୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶତୃମାନେ ଦୂରେଇ ଯିବେ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପୂର୍ବରୁ ଅଟକିଥିବା କାର୍ଯ୍ୟରେ ଶୁଭ ପରିଣାମ ପ୍ରତିଫଳନ ହେବ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ଲାଭ ହେବା ଫଳରେ କଷ୍ଟ ଓ ପରିଶ୍ରମର ଲାଭ ମିଳିବ ।

ମକର:ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ ।

କୁମ୍ଭ:କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । କ୍ରୀଡ଼ା, ବାଣିଜ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ମୀନ:ବିଦ୍ୟାର୍ଥୀଙ୍କୁ ପ୍ରତିଯୋଗିତାରେ ସଫଳତା ମିଳିବା ସହ ମାନସିକଶାନ୍ତି ଅନୁଭବ କରିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ବ୍ୟବସାୟରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି ।