କିପରି କଟିବ ଆଜି ଆପଣଙ୍କ ଦିନ: ୨୦/୦୯/୨୦୨୨

ମେଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କୁ ଅଧିକ ଦାୟିତ୍ୱ ଦେଇ ପାରନ୍ତି। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।

ବୃଷ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବନ୍ଧୁଙ୍କ ତରଫରୁ ଆପଣଙ୍କୁ ସୁଖଦ ସମାଚାର ମିଳିପାରେ। ଆପଣଙ୍କ ମାନସମ୍ମାନ ଓ ପ୍ରତିଷ୍ଠା ବୃଦ୍ଧି ହେବ। ଶାରୀରିକ କଷ୍ଟକୁ ଅଣଦେଖା କରନ୍ତୁ ନାହିଁ। ଅଧିକ ଧନ ଉପାର୍ଜନ କରିବା ପାଇଁ ଆପଣଙ୍କୁ ଅନେକ ମାର୍ଗ ମିଳିବ।

ମିଥୁନ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କଳା କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ପ୍ରତିଭା ପ୍ରଦର୍ଶନ କରିବା ପାଇଁ ଉତ୍ତମ ଅବସର ପ୍ରାପ୍ତ ହେବ। ଚାକିରି କ୍ଷେତ୍ରରେ ପରିବର୍ତ୍ତନ କରିବା ପାଇଁ ବିଚାର କରି ପାରନ୍ତି।

କର୍କଟ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ରାସ୍ତାରେ ଗଦି ଚଳାଚଳ କରିବା ସମୟରେ ଆପଣଙ୍କୁ ସାବଧାନ ରହିବାର ଆବଶ୍ୟକତା ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟ ଦେଖି ସମସ୍ତେ ପ୍ରଶଂସା କରିବେ।

ସିଂହ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି ଏହି। ଆର୍ଥିକ ପରିସ୍ଥିତିକୁ ଦେଖି ଆପଣ ଭବିଷ୍ୟତ ପାଇଁ ନିବେଶ କରିବେ। ନୂଆ ବ୍ୟବସାୟ ଆରମ୍ଭ କରିବାକୁ କୌଣସି ଅନୁଭବୀଙ୍କ ପରାମର୍ଶ ଗ୍ରହଣ କରନ୍ତୁ।

କନ୍ୟା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବ୍ୟବସାୟରେ ଅଧିକ ଲାଭବାନ ହେବେ। ଆଜି ଆପଣଙ୍କୁ କୌଣସି ନୂଆ ପ୍ରୋଜେକ୍ଟ ମିଳିପାରେ। ଘରୋଇ ଜୀବନରେ କିଛି ସମସ୍ୟା ସୃଷ୍ଟି ହୋଇପାରେ।

ତୁଳା:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବ୍ୟାପାରରେ ଉନ୍ନତି ହେବ। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ପରିବାରରେ କୌଣସି ସଦସ୍ୟଙ୍କ ସ୍ବାସ୍ଥ୍ୟ ଖରାପ ହେବାର ସମ୍ଭାବନା ରହିଛି।

ବିଛା:ଆଜିର ଦିନଟି ଆପଣଙ୍କ ପାଇଁ ଶୁଭ ରହିବ। ଘରର ବାତାବରଣ ସୁଖମୟ ରହିବ। ବିଦେଶରେ ରହୁଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ। ଆୟରେ ବୃଦ୍ଧିହେବ। ଅବିବାହିତ ଲୋକଙ୍କ ପାଇଁ ବିବାହର ପ୍ରସ୍ତାବ ଆସିପାରେ।

ଧନୁ:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି।ଆଜି ଆପଣ ଅଧିକ ଉତ୍ସାହିତ ରହିବେ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜିତ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟ ଦେଖି ବରିଷ୍ଠ ଅଧିକାରୀ ଆପଣଙ୍କୁ ପ୍ରଶଂସା କରିବେ।

ମକର:ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ଚାପ ଅଧିକ ରହିବ। ପରିବାର ଲୋକେ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ସେୟାର ବଜାରରେ ନିବେଶ କରି ଆପଣ ଲାଭବାନ ହେବେ। ବିବାହିତ ଲୋକଙ୍କର ଗୃହସ୍ଥ ଜୀବନ ସୁଖମୟ ରହିବ।

କୁମ୍ଭ:ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ।ଘରେ ଅନାବଶ୍ୟକ ଖର୍ଚ୍ଚ ବଢିପାରେ। କାର୍ଯ୍ୟକ୍ଷେତ୍ରରେ ଆପଣ କ୍ଷତି ସହି ପାରନ୍ତି। ବ୍ୟବସାୟୀକ ମାମଲାରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରିବା ଆବଶ୍ୟକ।

ମୀନ:ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କର ସମସ୍ତ ମନସ୍କାମନା ପୂରଣ ହେବ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ସାମାନ୍ୟ ଅସୁବିଧା ହୋଇପାରେ। ଆମଦାନୀର ନୂଆ ସ୍ରୋତ ପ୍ରାପ୍ତ କରିବେ।