କିପରି କଟିବ ଆଜି ଆପଣଙ୍କ ଦିନ: ୨୩/୦୯/୨୦୨୨

ମେଷ:ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ପାରିବାରିକ ଜୀବନ ସୁଖମୟ ହେବ । ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହଯୋଗ ପାଇବେ । ରାଜନୀତିରେ ସଫଳତା ମିଳିବ ।

ବୃଷ:ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇ ମାନସିକସ୍ଥିତି ସୁଦୃଢ ରହିବ । ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ । ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବ ।

ମିଥୁନ:କର୍ମ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ । ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗୃହରେ ଶାନ୍ତି ବିରାଜମାନ କରିବ । ବ୍ୟବହାର ଦ୍ୱାରା ବ୍ୟବସାୟରେ ବହୁତ ଲାଭ ହେବ ।

କର୍କଟ:ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରନ୍ତୁ । ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ପାଇ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ ।

ସିଂହ:ସମାଜ ସେବାରେ ସ୍ଵନାମ ଅର୍ଜନ କରିବେ । ବ୍ୟବସାୟର ସ୍ଥିତି ସନ୍ତୋଷଜନକ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ଜାଗା, ଜମି କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବହୁତ ଲାଭ ହେବ ।

କନ୍ୟା:ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ପରିବାର ସମ୍ବନ୍ଧୀୟ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଖୁସିହେବେ । ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

ତୁଳା:ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ପାରିବାରିକସ୍ତର ହସ ଖୁସିରେ କଟିବ । ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯାଇ ପାରେ । ଚିନ୍ତା କରିଥିବା କାମ ଠିକ୍ ଭାବେ ସଂପୂର୍ଣ୍ଣ ହୋଇ ପାରେ ।

ବିଛା:ସମାଜ ସେବାରେ ସ୍ଵନାମ ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟରେ ଲାଭବାନ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ପାରିବାରିକସ୍ତର ହସ ଖୁସିରେ କଟିବ ।

ଧନୁ:କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ସାମାନ୍ୟ ରୋଜଗାର କରି ପାରିବେ । ପାରିବାରିକ କ୍ଷେତ୍ରରେ ଅନେକ କାର୍ଯ୍ୟର ସମାଧାନ ହୋଇ ଶାନ୍ତି ବିରାଜମାନ କରିବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ ।

ମକର:କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ କୃତକାର୍ଯ୍ୟ ହେବେ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ ।

କୁମ୍ଭ:ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ମାନ, ସମ୍ମାନ ପାଇବେ । ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ ।

ମୀନ:ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ ।