କିପରି କଟିବ ଆଜି ଆପଣଙ୍କ ଦିନ: ୭/୧୦/୨୦୨୨

ମେଷ:ଶାରିରୀକ ସୁସ୍ଥତା ଦେଖାଦେବ । ନୂତନକର୍ମ ନିଯୁକ୍ତିର ସୁଯୋଗ ପାଇବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଭଲଲାଭପାଇ ଆର୍ଥିକ ଉନ୍ନତି ହେବ ।

ବୃଷ:ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପାରିବାରିକ ଜୀବନରେ ଶାନ୍ତି ଆସିବ । ବ୍ୟବସାୟରେ ଉନ୍ନତି ହେବ । ବକେୟା ଅର୍ଥ ପ୍ରାପ୍ତି ହୋଇ ଆର୍ଥିକ ସ୍ଥିତି ସୁଧୁରିଯିବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ ।

ମିଥୁନ:ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନରେ ବହୁ ବ୍ୟସ୍ତତା ମଧ୍ୟରେ ଦିନଟି କଟିବ ।

କର୍କଟ:ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ ଓ ଆଡମ୍ବରରେ ଆଗ୍ରହ ବଢିବ ।

ସିଂହ:ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ ଭଲ ଲାଭ ପାଇବେ । କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ସହଜ ସରଳରେ ନୂତନ କର୍ମପ୍ରାପ୍ତି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

କନ୍ୟା:ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । .ପରିବାରରେ ଅର୍ଥ ସଙ୍କଟ ଦୂରେଇ ଯିବାରୁ ଅତ୍ୟଧିକ ଆନନ୍ଦିତ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ ।

ତୁଳା:ଶାରିରୀକ ଅସୁସ୍ଥତା ଦୂର ହେବ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ବିବହୋତ୍ସବର ସଂକେତ ପାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ ।

ବିଛା:ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଅର୍ଥ ପ୍ରାପ୍ତି ହୋଇଯିବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ ।

ଧନୁ:କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ଫଳରେ ପରିଶ୍ରମର ସୁଫଳ ଭୋଗ କରିବେ । ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ଫଳରେ ମାନସିକ ଶାନ୍ତି ମିଳିବ ।

ମକର:ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ଆଦାୟ ହୋଇପାରେ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

କୁମ୍ଭ:ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବନ୍ ହେବେ । ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ ।

ମୀନ:ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ କରିବା ଫଳରେ କିଛିଟା ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ସନ୍ତାନ ସନ୍ତତି ପୀଡ଼ିତ ହେବାରୁ ମାନସିକ ଚିନ୍ତା ବୃଦ୍ଧି ପାଇବ । ଅନିଶ୍ଚିତ ଆୟ ତୁଳାନାରେ ବ୍ୟୟର ମାତ୍ରା ବୃଦ୍ଧି ହେବ ।