କିପରି କଟିବ ଆଜି ଆପଣଙ୍କ ଦିନ: ୨୧/୧୧/୨୦୨୨

ମେଷ:କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହୋଇ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। କୌଣସି ବିଚାରାଧୀନ ଯୋଜନାକୁ ପୁନର୍ବାର ଆରମ୍ଭ କରିବାରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ।

ବୃଷ:ରାଜନୀତିରେ ନିସ୍ଵାର୍ଥପର ଭାବ ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। କର୍ମ କ୍ଷେତ୍ରରେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ।

ମିଥୁନ:କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ହେବା ସହ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପାରିବାରିକ ଜୀବନରେ କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ।

କର୍କଟ:କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ।

ସିଂହ:କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଯୋଗେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବ।

କନ୍ୟା:କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପୁରାତନ ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ।

ତୁଳା:ସାଂସାରିକ ଜୀବନ ସୁଖମୟ ହେବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। କର୍ମ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବ୍ୟବସାୟରେ କଠିନ ପରିଶ୍ରମ କରି ଆଶା ମୁତାବକ ଫଳ ପାଇବାର ରାସ୍ତା ପରିଷ୍କାର ହୋଇ ଯିବ।

ବିଛା:ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଆକସ୍ମିକ ଅର୍ଥଲାଭ, ଆୟବୃଦ୍ଧି, ଋଣମୁକ୍ତି, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ।

ଧନୁ:ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ।

ମକର:ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ।

କୁମ୍ଭ:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ।

ମୀନ:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।