କିପରି କଟିବ ଆଜି ଆପଣଙ୍କ ଦିନ:୨୨/୧୧/୨୦୨୨

ମେଷ:ସ୍ଵାସ୍ଥ୍ୟରେ ଉନ୍ନତି ହେବ। ପ୍ରଚୁର ଅର୍ଥ ଲାଭ ହେବା ଫଳରେ ପରିସ୍ଥିତି ବଦଳିଯିବ। ପଦୋନ୍ନତି, ସ୍ଥାନପରିବର୍ତ୍ତନ, ଧର୍ମକାର୍ଯ୍ୟରେ ମତି ରହିବା ସହ ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସାମ୍ବାଦିକତାରୁ ଲାଭ ପାଇବେ।

ବୃଷ:ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରେମ କ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ।

ମିଥୁନ:ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ବ୍ୟବସାୟିକ ସଫଳତା ମିଳିବ ଓ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ।

କର୍କଟ:ସ୍ୱାସ୍ଥ୍ୟରେ ସୁଧାର ଆସିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ।

ସିଂହ:ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭହେବାସହ ଆକସ୍ମିକ ଧନ ପ୍ରାପ୍ତି ହେବ। ନୂତନ ବନ୍ଧୁ ଭେଟ ହେବେ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। କାମ କାର୍ଯ୍ୟରେ କୌଣସି ନୂତନ ପଦ୍ଧତି ଗ୍ରହଣ କରି ପାରନ୍ତି। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅନୁକୂଳ ଥିବାରୁ ପ୍ରତିଯୋଗୀତା ପରୀକ୍ଷାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ।

କନ୍ୟା:ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ଶାନ୍ତି ଆସିବ। ଧନ ଲାଭ ହେବ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ।

ତୁଳା:ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଧର୍ମ କର୍ମରେ ରୁଚି ରହିବ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି।

ବିଛା:ଶତୃ ଓ ବିରୋଧୀମାନେ ଦୂରେଇ ଯିବେ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇ ପାରନ୍ତି।

ଧନୁ:ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ।

ମକର:ଶୁଭ କାମ କରି ପ୍ରଶଂସିତ ହେବେ। ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବା ପାଇଁ ମନ ବଳାଇ ପାରନ୍ତି। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବହୁତ ପରିଶ୍ରମ କଲେ ସାମାନ୍ୟ ଅର୍ଥ ଲାଭ ହେବ। କର୍ମକ୍ଷେତ୍ରରେ ଶାନ୍ତି ବିରାଜମାନ କରିବ।

କୁମ୍ଭ:ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ଲୋକଙ୍କୁ ନିଜର କରି ପାରିବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ।

ମୀନ:ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।