କିପରି କଟିବ ଆଜି ଆପଣଙ୍କ ଦିନ: ୨୩/୧୧/୨୦୨୨

ମେଷ:କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ଠାରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ।

ବୃଷ:ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ।

ମିଥୁନ:ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ।

କର୍କଟ:ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ଚାକିରି କ୍ଷେତ୍ରରେ ଉନ୍ନତି ହେବା ସହ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ରାଜନୀତି କ୍ଷେତ୍ରରେ ଆର୍ଥିକସ୍ଥିତି ସୁଦୃଢ ହେବ। ନିଜଲୋକମାନେ ସାହାଯ୍ୟ କରିବେ।

ସିଂହ:ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଅର୍ଥନୈତିକ ଦୃଷ୍ଟିକୋଣରୁ ସମୟ ବହୁତ ଭଲ ରହିବ। ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀମାନେ ଅଧ୍ୟୟନରେ ମନଯୋଗ ଦେବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ।

କନ୍ୟା:ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

ତୁଳା:ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। ପାରିବାରିକ ବ୍ୟବସ୍ଥା ପରିବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ।

ବିଛା:ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତି ଘଟିବା ସହ ମାନସିକ ସ୍ଥିରତା ଦେଖାଦେବ। ଇନ୍ଦ୍ରିୟପରାୟଣତା ଓ ବିଷୟ ବାସନା ଉପରେ ଅଧିକ ଗୁରୁତ୍ଵ ଦେଇ ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ କରଜ ଭାରରୁ ମୁକ୍ତି ମିଳିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ।

ଧନୁ:ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ।

ମକର:ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ଓ ପଦୋନ୍ନତିର ସୂଚନା ପାଇ ପାରନ୍ତି। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ।

କୁମ୍ଭ:ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ।ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ନପାରେ।

ମୀନ:ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଗୃହରେ ଶୁଭକାର୍ଯ୍ୟ ମଧ୍ୟ କରି ପାରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ।