କିପରି କଟିବ ଆଜି ଆପଣଙ୍କ ଦିନ: ୨୬/୧୧/୨୦୨୨

ମେଷ:ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ।

ବୃଷ:ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ଅଳ୍ପରେ ସନ୍ତୁଷ୍ଟ ହେବେ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି।

ମିଥୁନ:ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ସାମାଜିକ ପତିଆରା ଅମଳିନ ରହିବ।

କର୍କଟ:ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ।

ସିଂହ:ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି ମିଳିବାସହ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ।

କନ୍ୟା:ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ପାଇବେ। ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ।

ତୁଳା:ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। ରାଜନୀତି କ୍ଷେତ୍ରରେ ଆସ୍ୱସ୍ତି ଲାଭ କରିବେ।

ବିଛା:ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ।

ଧନୁ:ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବିଦେଶ ଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ।

ମକର:କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃ ବୃଦ୍ଧି ହୋଇ କର୍ମ କ୍ଷେତ୍ରରେ ବହୁ ଅସୁବୁଧାର ସମ୍ମୁଖୀନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହୋଇ ପାରନ୍ତି।

କୁମ୍ଭ:ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। କର୍ମପ୍ରତି ହତୋତ୍ସାହ ହେବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ।

ମୀନ:ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ।