କିପରି କଟିବ ଆଜି ଆପଣଙ୍କ ଦିନ: ୨୯/୧୧/୨୦୨୨

ମେଷ:ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ସାଧାରଣ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ।

ବୃଷ:ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପାରିବାରିକ ସ୍ତର ହସ ଖୁସିରେ କଟିବ। ଶତୃମାନେ ଦୂରେଇ ଯିବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ।

ମିଥୁନ:ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବାକଷ୍ଟ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ।

କର୍କଟ:ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ:ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ।

କନ୍ୟା:ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବିଦ୍ୟାରେ ଉନ୍ନତି କରିବେ। ଶୁଭକାମ କରି ପ୍ରଶଂସିତ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ସମାଧାନ କରିପାରିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ।

ତୁଳା:ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ।

ବିଛା:ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ।

ଧନୁ:ଶୁଭକାମ କରି ପ୍ରଶଂସିତ ହେବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ବିଶେଷ ଲାଭବାନ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ।

ମକର:କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ।

କୁମ୍ଭ:ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବନ୍ଧୁଙ୍କ ଆଗମନ ହେବ।

ମୀନ:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ।