କିପରି କଟିବ ଆଜି ଆପଣଙ୍କ ଦିନ: ୫/୧୨/୨୦୨୨

ମେଷ:ସାମାଜିକ ସ୍ତରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ।

ବୃଷ:ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ।

ମିଥୁନ:ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ।

କର୍କଟ:ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି। ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ।

ସିଂହ:ଯାତ୍ରାଫଳରେ ଉତ୍ସାହିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟବଡ ମିଟିଙ୍ଗୀରେ ଯୋଗଦେବେ।

କନ୍ୟା:ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରନ୍ତୁ ନାହିଁ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ।

ତୁଳା:ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି।

ବିଛା:ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ।

ଧନୁ:ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ।

ମକର:କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଗୃହୋପକରଣ କ୍ରୟ କରିବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ।

କୁମ୍ଭ:ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇବେ।

ମୀନ:ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ।