କିପରି କଟିବ ଆଜି ଆପଣଙ୍କ ଦିନ: ୧୨/୧୨/୨୦୨୨

ମେଷ:ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ।

ବୃଷ:ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ଓ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଉତ୍ତମ ରୋଜଗାର ମିଳିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଆରମ୍ଭ ଓ ବ୍ୟବସାୟର ପ୍ରଚାର ପ୍ରସାର କରି ଆଶାତିତ ଲାଭବାନ୍ ହେବେ।

ମିଥୁନ:ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ।

କର୍କଟ:ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ।

ସିଂହ:ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରିପାରିବେ। ସଂଘର୍ଷ ଦ୍ୱାରା ସଫଳତା ମିଳିବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିପାରନ୍ତି। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ।

କନ୍ୟା:ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବା ସହ ଅତି ଉତ୍ତମ ଫଳ ପାଇବେ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ।

ତୁଳା:ଶତ୍ରୁମାନେ ମିତ୍ରତାର କାର୍ଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ଅଚାନକ ଅର୍ଥ ପ୍ରାପ୍ତିହୋଇ ଆର୍ଥିକ ସମସ୍ୟା ଦୂରେଇ ଯିବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ ଓ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ।

ବିଛା:ଅନେକ ଶୁଭ କର୍ମର ସୁଯୋଗ ପାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ।

ଧନୁ:ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ଓ ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଏପରିକି ସାଧାରଣ ଲୋକକେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରି ପାରନ୍ତି।

ମକର:ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଅନେକ ଦିଗରୁ ଖୁସି ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ।

କୁମ୍ଭ:ଆର୍ଥିକସ୍ଥିତି ସନ୍ତୋଷପ୍ରଦ ରହିବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବାକିଥିବା ଅର୍ଥ ପ୍ରାପ୍ତି ହେବ।

ମୀନ:କର୍ମ ମୁଖରତା ଯୋଗେ ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହୋଇ ଆର୍ଥୀକ ଉନ୍ନତି ଘଟିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ।