କିପରି କଟିବ ଆଜି ଆପଣଙ୍କ ଦିନ: ୧୪/୧୨/୨୦୨୨

ମେଷ:ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ।

ବୃଷ:ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଆୟବୃଦ୍ଧି, ଋଣମୁକ୍ତିର ସୁଯୋଗ ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ।

ମିଥୁନ:ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ କାରବାର ଓ ବ୍ୟବସାୟରେ ଉନ୍ନତି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।

କର୍କଟ:ସହକର୍ମୀ ଓ ଅଧସ୍ତନ କର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ।

ସିଂହ:ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ।

କନ୍ୟା:ସାଂସାରିକ ଜୀବନ ସୁଖମୟ ହେବ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ଓ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ।

ତୁଳା:ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ।

ବିଛା:ସାମାଜିକ ସ୍ତରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ।

ଧନୁ:ପାରିବାରିକ ଜୀବନରେ ଶାନ୍ତି ଆସିବା ସହ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯାଇ ଉନ୍ନତି ହେବ।

ମକର:ସାମାଜିକ ପ୍ରତିଷ୍ଠା ମାନସମ୍ମାନ ପ୍ରାପ୍ତିହେବ। ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ।

କୁମ୍ଭ:ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ନୂତନ କର୍ମ ଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ଛାତ୍ରଛାତ୍ରୀ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ।

ମୀନ:ଟଙ୍କାର ଆବଶ୍ୟକତା ପୂରଣ ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ନୂତନ ବ୍ୟବସାୟ ଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ସହଜରେ ମିଳିଯିବ ଓ ସୁଝିବା ପାଇଁ ସହଜ ହେବ।