କିପରି କଟିବ ଆଜି ଆପଣଙ୍କ ଦିନ:୧୫/୧୨/୨୦୨୨

ମେଷ:ସରକାରୀ କାମରେ ସଫଳତା ମିଳିବ । ପାରିବାରିକ ଜୀବନ ସୁଖମୟ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

ବୃଷ:ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ ଓ ପୁରୁଣା ଧନଲାଭ ହେବାରୁ ଖୁସି ହେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ ।

ମିଥୁନ:ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ଆନନ୍ଦିତହେବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ ।

କର୍କଟ:ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ରାଜନୀତି କ୍ଷେତ୍ରରେ ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ ।

ସିଂହ:ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ ।

କନ୍ୟା:ଶିକ୍ଷାର୍ଥୀ ମାନଙ୍କର ଅଧ୍ୟୟନରେ ଏକାଗ୍ରତା ଆସିପାରିବ । ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବାସହ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହାୟତାରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ।

ତୁଳା:ସାମାଜିକ ପତିଆରା ଅମଳିନ ରହିବ ଓ ହରାଇଥିବା ଧନ ପ୍ରାପ୍ତି ହେବ । ମାନସିକ ଶାନ୍ତି ମିଳିବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।

ବିଛା:ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ ।

ଧନୁ:ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ ।

ମକର:ସାମାଜିକ ପତିଆରା ଅମଳିନ ରହିବ ଓ ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ ।

କୁମ୍ଭ:ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ମୀନ:ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଶତୃମାନଙ୍କୁ ମୁକାବିଲା କରିପାରିବେ ଓ ପୁରୁଣା ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।