କିପରି କଟିବ ଆଜି ଆପଣଙ୍କ ଦିନ: ୨୦/୧୨/୨୦୨୨

ମେଷ:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ନିଜର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ। ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ।

ବୃଷ:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ।

ମିଥୁନ:ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ।

କର୍କଟ:ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ।

ସିଂହ:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ।

କନ୍ୟା:ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ।

ତୁଳା:ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ଉଚ୍ଚଶିକ୍ଷା ପାଇଁ ଅଗ୍ରହି ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ମିତ୍ରଙ୍କ ସାହାଯ୍ୟରେ ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ।

ବିଛା:କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ।

ଧନୁ:ଶାରିରୀକ ସୁସ୍ଥତା ଦେଖା ଦେବାସହ ମାନସିକ ଶାନ୍ତି ଅନୁଭବ କରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବାସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ସୁଖ, ସମ୍ପତ୍ତି ଲାଭ, ସାହାଯ୍ୟ ପ୍ରାପ୍ତି ଓ ଗୃହବାହନ ପ୍ରାପ୍ତି ହୋଇପାରେ। ଶିଳ୍ପବାଣିଜ୍ୟ ଓ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ।

ମକର:ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥାସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ।

କୁମ୍ଭ:ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ।

ମୀନ:ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନ ମାନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା