କିପରି କଟିବ ଆଜି ଆପଣଙ୍କ ଦିନ: ୨୫/୧୨/୨୦୨୨

ମେଷ:ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ।

ବୃଷ:ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ନୂତନ ସମ୍ବନ୍ଧ ସୃଷ୍ଟି ହେବାଯୋଗେ ଚିନ୍ତା ଭାବନା ଦୂର ହୋଇ ଯିବ।

ମିଥୁନ:ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ।

କର୍କଟ:ଆୟ ବୃଦ୍ଧି ହେବା ଫଳରେ ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଉଚ୍ଚଆଶା ସଫଳ ହେବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।

ସିଂହ:ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ।

କନ୍ୟା:ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ।

ତୁଳା:ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ।

ବିଛା:ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

ଧନୁ:ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ।

ମକର:ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅନ୍‌ଲାଇନ୍‌ ସପିଂରେ ବହୁତ ସଞ୍ଚୟ କରିପାରିବେ।

କୁମ୍ଭ:ସାଙ୍ଗମାନଙ୍କ ସାହାଯ୍ୟରେ, ଆପଣଙ୍କର ସମସ୍ତ କାର୍ଯ୍ୟ ସହଜ ସରଳରେ ସମାପ୍ତ କରିପାରିବେ। ଜୀବନ ସାଥୀଙ୍କ ପରାମର୍ଶରେ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ।

ମୀନ:ସାହସର ସହିତ ପରିସ୍ଥିତିକୁ ସାମ୍ନା କରି ପାରିବେ ଓ ସହକର୍ମୀଙ୍କ ଠାରୁ ପ୍ରଶଂସାବାଣୀ ଶୁଣିବାକୁ ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ।