କିପରି କଟିବ ଆଜି ଆପଣଙ୍କ ଦିନ: ୧୨/୦୧/୨୦୨୩

ମେଷ:କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଶତୃମାନେ ଦୂରେଇ ଯିବେ ।

ବୃଷ:ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ମିଥୁନ:ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନୂତନ ଗୃହସୁଖ ମିଳିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମର ସୂଚନା ପାଇବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ ।

କର୍କଟ:ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ସିଂହ:ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ । ଉତ୍ତମ ରୋଜଗାର ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିରହୋଇ ପାରେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ ।

କନ୍ୟା:ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ତୁଳା:ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ ।

ବିଛା:ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ।

ଧନୁ:ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ ।

ମକର:ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ ।

କୁମ୍ଭ:ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ ।

ମୀନ:ଦୂରଯାତ୍ରାରେ ସଫଳ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ ।