କିପରି କଟିବ ଆଜି ଆପଣଙ୍କ ଦିନ:୧୬/୦୧/୨୦୨୩

ମେଷ:ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ ।

ବୃଷ:ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଶତୃମାନେ ଦୂରେଇ ଯିବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ ।

ମିଥୁନ:ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଗୃହୋପକରଣ କ୍ରୟ କରିବେ ।

କର୍କଟ:ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

ସିଂହ:ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ ।

କନ୍ୟା:କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି ।

ତୁଳା:ସରକାରୀ କାମରେ ସଫଳତା ପାଇବେ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ପୁରୁଣା ନିବେଶ ଲାଭ ଦେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ ।

ବିଛା:ମାଲିମୋକଦ୍ଦମାରେ ସଫଳତା ମିଳିବ । ପିଲାମାନଙ୍କ ପାଠପଢା ନେଇ ଖୁସି ରହିବେ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ସୁଯୋଗ ହାତପାହାନ୍ତାରେ ପାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ ।

ଧନୁ:ସେୟାର ବଜାରରେ ମୁନାଫା ମିଳିବ । ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଅତି ସହଜରେ ବାକିଥିବା ଅର୍ଥ ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।

ମକର:ଯାତ୍ରାଫଳରେ ଉତ୍ସାହିତ ହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ ।

କୁମ୍ଭ:ସାମାଜିକ ପତିଆରା ଅମଳିନ ରହିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ମନ ଖୁସି ରହିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ ।

ମୀନ:ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି ମାମଲାରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ ।