କିପରି କଟିବ ଆଜି ଆପଣଙ୍କ ଦିନ: ୧୮/୦୧/୨୦୨୩

ମେଷ:ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତିରେ ସମୟ କଟାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ ।

ବୃଷ:ଶତୃପକ୍ଷ ଦୁର୍ବଳ ହୋଇଯିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ଓ ସମ୍ମାନଜନକ ଘଟଣା ଘଟି ପାରେ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ ।

ମିଥୁନ:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ ।

କର୍କଟ:ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ ।

ସିଂହ:ସାମାଜିକ ଜୀବନରେ ନୂତନ ଗୁରୁ ଦାୟିତ୍ୱ ଗ୍ରହଣ କରି ମାନସମ୍ମାନ ବୃଦ୍ଧିହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଯଶମାନ ପ୍ରତିଷ୍ଠା ମିଳିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ ।

କନ୍ୟା:ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ । ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ । ବ୍ୟବସାୟରେ ଉନ୍ନତି ହୋଇ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି । ଉପରିସ୍ଥ ଅଧିକାରୀଙ୍କ ଠାରୁ ପ୍ରୋତ୍ସାହନ ପାଇ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ ।

ତୁଳା:ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ବିଦ୍ୟାରେ ଉନ୍ନତି ହେବା ସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ । ବିବାଦୀୟ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ।

ବିଛା:ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଦାମ୍ପତ୍ୟ କଳହ, ଭୟଆଶଙ୍କା ଦୂରେଇଯାଇ ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବୃଦ୍ଧି ହେବ ।

ଧନୁ:ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ବିଶେଷ ଲାଭବାନ୍ ହେବେ । ଅଧ୍ୟୟନ ପାଇଁ ତତ୍ପର ହେବା ସହ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ । ମାନସିକଦୁଶ୍ଚିନ୍ତା ଦୂରହେବ ।

ମକର:ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ ।

କୁମ୍ଭ:ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବା ଫଳରେ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ ।

ମୀନ:ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ ଓ ଚାକିରିରେ ପ୍ରତିଷ୍ଠିତ ହେବା ସହ ସୁଖ ସୌଭାଗ୍ୟ ବୃଦ୍ଧି ହେବ ।