କିପରି କଟିବ ଆଜି ଆପଣଙ୍କ ଦିନ: ୨୫/୦୧/୨୦୨୩

ମେଷ:ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରି ପାରିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ବୃଷ:କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ ।

ମିଥୁନ:ଅଧ୍ୟୟନ ପାଇଁ ତତ୍ପର ହେବା ସହ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

କର୍କଟ:ରାଜନୀତି କ୍ଷେତ୍ରରେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । କୃଷିଜୀବି ମାନଙ୍କର ବହୁ କଷ୍ଟରେ ଅର୍ଥ ପ୍ରାପ୍ତି ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।

ସିଂହ:କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । କୋର୍ଟ କଚେରୀରେ ସଫଳତା ମିଳିବାସହ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ ।

କନ୍ୟା:ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ବକେୟା ଅର୍ଥ ପ୍ରାପ୍ତି ହେବ ଓ ଆର୍ଥିକ ସ୍ଥିତି ସୁଧୁରିଯିବ । ଶତ୍ରୁହାନୀ, ସହଯୋଗପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ, ଋଣପ୍ରାପ୍ତି, ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ ।

ତୁଳା:ଦାମ୍ପତ୍ୟ ସମସ୍ୟାର ସମାଧାନ ହେବା ଫଳରେ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କୃଷିଜିବୀମାନେ ଉତ୍ସାହିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ।

ବିଛା:ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହୋଇପାରେ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାକ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ । ରାଜନୀତିରେ ଧାଁ ଦଉଡ ଓ ଅଧିକ ସଂଘର୍ଷ କରି ପ୍ରଶଂସିତ ହେବେ ।

ଧନୁ:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଘର ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବ । ମାନସିକ ଦୁଶ୍ଚିନ୍ତା ଦୂରହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ ।

ମକର:ଦାମ୍ପତ୍ୟ କଳହ, ଭୟଆଶଙ୍କା ଦୂରେଇଯାଇ ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ ଓ ଚାକିରିରେ ପ୍ରତିଷ୍ଠିତ ହେବା ସହ ସୁଖ ସୌଭାଗ୍ୟ ବୃଦ୍ଧି ହେବ ।

କୁମ୍ଭ:ସନ୍ତାନମାନଙ୍କ ପାଇଁ ଆନନ୍ଦିତ ହେବେ । ବକେୟା ଅର୍ଥ କିଛି ମିଳିବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରି ସୁଖଶାନ୍ତି ଫେରି ପାଇବେ ଏବଂ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଦାମ୍ପତ୍ୟ କଳହ ଦୂର ହେବ ।

ମୀନ:ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖା ଦେବ । ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ ।