କିପରି କଟିବ ଆଜି ଆପଣଙ୍କ ଦିନ: ୦୨/୦୨/୨୦୨୩

ମେଷ:ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ ।

ବୃଷ:ସ୍ୱାସ୍ଥ୍ୟରେ ଉନ୍ନତି ଘଟି ଶରୀର ସୁସ୍ଥ ରହିବ । ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ ।

ମିଥୁନ:ସାମାଜିକ କାର୍ଯ୍ୟରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ଆକସ୍ମିକ ଧନ ପ୍ରାପ୍ତି ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ଭାବମୂର୍ତ୍ତି ରକ୍ଷା କରି କର୍ମକ୍ଷେତ୍ରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ ।

କର୍କଟ:ବାଦବିବାଦ, ମାଲିମୋକଦ୍ଦମା, କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ଆଶା ମୁତାବକ ଫଳ ପାଇବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ ।

ସିଂହ:ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ ।

କନ୍ୟା:ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ ।

ତୁଳା:ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ପ୍ରଚୁର ହେବ । ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ ।

ବିଛା:ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ ।

ଧନୁ:ମାନସିକ ଦୁଶ୍ଚିନ୍ତା ଦୂର ହେବ । ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ । ସନ୍ତାନଙ୍କ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ ।

ମକର:ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ମାନ-ପ୍ରତିଷ୍ଠା ବଢିବ । ମଉଜ-ମସ୍ତିରେ ସମୟ କଟିପାରେ ।

କୁମ୍ଭ:ସାଧାରଣ ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ । କର୍ମକ୍ଷେତ୍ରରେ ବନ୍ଧୁ, ମିତ୍ର ସହକର୍ମୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧର୍ମ କର୍ମରେ ରୁଚି ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ ।

ମୀନ:ଭାଗୀଦାରୀ ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ ।