କିପରି କଟିବ ଆଜି ଆପଣଙ୍କ ଦିନ: ୦୭/୦୨/୨୦୨୩

ମେଷ:କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ।

ବୃଷ:ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ।

ମିଥୁନ:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ଆୟ ବଢିବ।

କର୍କଟ:ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ।

ସିଂହ:ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ।

କନ୍ୟା:ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବା ଫଳରେ ସ୍ଥଗିତଥିବା କର୍ମଟି ପୂରଣ ହେବ।

ତୁଳା:ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ।

ବିଛା:ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ।

ଧନୁ:ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପରିବାରରେ ସୁଖଭୋଗ କରିବେ।

ମକର:ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ଆର୍ଥିକସ୍ଥିତି ମଜବୁତ୍ ହେଲେ ମଧ୍ୟ ବ୍ୟୟ ଅଧିକ ହୋଇପାରେ। ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡ଼ା ଅନୁଭବ କରି ପାରନ୍ତି। ଇଛାକରି କାମଧନ୍ଦାରେ ମନ ଲାଗିବ ନାହିଁ।

କୁମ୍ଭ:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଆୟ ଉପାର୍ଜନ ବୃଦ୍ଧି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ।

ମୀନ:ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ।