କିପରି କଟିବ ଆଜି ଆପଣଙ୍କ ଦିନ: ୦୯/୦୨/୨୦୨୩

ମେଷ:ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରି ପ୍ରଶଂସିତ ହେବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ମାଲିମୋକଦ୍ଦମାରେ ମାନସିକ ସ୍ଥିରତା ଦେଖାଦେବ ।

ବୃଷ:ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ ।

ମିଥୁନ:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପରିବାର ଭିତରେ ଜଗିରଖି ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ପ୍ରଶଂସା ପାଇବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ ।

କର୍କଟ:ଶରୀର ଅସୁସ୍ଥ ରହି ପାରେ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଉତ୍ତମ ରୋଜଗାର କରିପାରିବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ ।

ସିଂହ:ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ ।

କନ୍ୟା:ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ ।

ତୁଳା:ସନ୍ତାନଙ୍କ ଉନ୍ନତିରେ ଖୁସୀ ଅନୁଭବ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ ।

ବିଛା:ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ । ମାନସିକ ଅଶାନ୍ତି ଦୂର ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ।

ଧନୁ:କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବା ସହ ପଦୋନ୍ନତି ଓ ନୂତନକର୍ମ ପ୍ରାପ୍ତି ହୋଇ ପାରେ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ।

ମକର:ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯାଇ କରଜର ମାତ୍ରା ହ୍ରାସପାଇବା ଫଳରେ ସଫଳତା ଅର୍ଜନ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ ।

କୁମ୍ଭ:ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ ।

ମୀନ:ଶାରିରୀକ ଅସୁସ୍ଥତା ଦୂର ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ହରାଇଥିବା ଧନ ପ୍ରାପ୍ତି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ ।