କିପରି କଟିବ ଆଜି ଆପଣଙ୍କ ଦିନ: ୧୨/୦୨/୨୦୨୩

ମେଷ:ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ ।

ବୃଷ:ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ନୂତନ ବାହନଆଦି କ୍ରୟ କରି ପାରନ୍ତି । ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।

ମିଥୁନ:ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଅଶାନ୍ତି ଦେଖାଦେବ ।

କର୍କଟ:ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବ୍ୟବସାୟରେ ପ୍ରଚୁର ଲାଭ ହେବ ।

ସିଂହ:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ ।

କନ୍ୟା:ରାଜନୀତିରେ ଉନ୍ନତି ହେବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ । ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ । ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ ।

ତୁଳା:ସାମାଜିକ ପତିଆରା ଅମଳିନ ରହିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଆୟ ଉପାର୍ଜନ ବୃଦ୍ଧି ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।

ବିଛା:ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ଲାଭବାନ ହେବେ । ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ।

ଧନୁ:ଧନୁ:-ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ସାମାଜିକ ପ୍ରତିଷ୍ଠା ବଢ଼ିବ । ପାରିବାରିକ ସ୍ଥିତି ସୁଧିରି ଯାଇ ସୁଖ ସମୃଦ୍ଧି ବୃଦ୍ଧିହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ଠାରୁ ଉଚ୍ଚ ସମ୍ମାନ ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ ।

କୁମ୍ଭ:ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି ।

ମୀନ:ଶତୃମାନେ ମିତ୍ରତାଭାବ ଆଚରଣ କରିବେ । ଉଚ୍ଚଆଶା ପୂରଣ ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ ।