କିପରି କଟିବ ଆଜି ଆପଣଙ୍କ ଦିନ : ୧୫/୦୨/୨୦୨୩

ମେଷ:ସାମାଜିକ ଉତ୍ସବରେ ଯୋଗ ଦେବେ । ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିବାର ଆଶା ସଫଳ ହେବ ।

ବୃଷ:ଶୁଭ ସମାଚାର ଶୁଣି ମାନସିକ ସ୍ଥିରତା ବଢିବ । ବ୍ୟବସାୟରେ ସଫଳତା ମିଳିବ ଓ ଅଭିଷ୍ଟ ପ୍ରାପ୍ତି ହେବ । ଅଟକିଥିବା ଧନ ମିଳିଯିବ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇପାରନ୍ତି । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ ।

ମିଥୁନ:ଶାରୀରିକ ଅସୁସ୍ଥତା ଦୂର ହେବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ପରିବାରରେ ସୁଖ ଶାନ୍ତି ବଜାୟ ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ କର୍ମପାଇଁ ପ୍ରୟାସରତ ଥିଲେ ଶୁଭସୂଚନା ପାଇବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ ।

କର୍କଟ:ପରିବାରରେ ଶାନ୍ତି ଦେଖାଦେବ । ରାଜନୀତିରେ ପଦୋନ୍ନତି, ଯଶପ୍ରତିଷ୍ଠା, ମାନସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ । ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ । ପିଲାମାନଙ୍କ ଚାଲି ଚଳନରେ ପରିବର୍ତ୍ତନ ଯୋଗେ ପ୍ରସନ୍ନ ରହିବେ ।

ସିଂହ:ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ । ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ ।

କନ୍ୟା:ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ । ନୂତନ ରୋଜଗାର ପ୍ରାପ୍ତି ହୋଇପାରେ । ଉଧାର ଦେଇଥିବା ଟଙ୍କା ଫେରି ପାଇବେ । ଉଚ୍ଚଶିକ୍ଷା ତଥା ନୂଆ ଜିନିଷ ହାସିଲ କରିବା ପାଇଁ ଚେଷ୍ଟା କରିବେ ।

ତୁଳା:ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନଯୋଗ ଦେବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଘର ବା କାର୍ଯ୍ୟ । ଳୟ ପରିବର୍ତ୍ତନ କରିପାରନ୍ତି ଯାହାଫଳରେ ଅଳ୍ପ ବାଧା ଆସିବ । ପାରିବାରିକ କ୍ଷେତ୍ରରେ ଇଛାଶକ୍ତି ସମ୍ୟକ ବୃଦ୍ଧି ପାଇବ ।

ବିଛା:ସହକର୍ମୀମାନେ କାମର ପ୍ରଶଂସା କରିବେ । ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଯେକୌଣସି କାର୍ଯ୍ୟରେ ହାତ ଦେବେ ତାହା ସଫଳ ହେବ ।

ଧନୁ:ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଆର୍ଥିକ ସ୍ଥିତି ସୁଧୁରିଯିବା ଫଳରେ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ ।

ମକର:ସନ୍ତାନସୁଖ ମିଳିବାସହ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ଅଧା ହୋଇଥିବା କାର୍ଯ୍ୟ ସମ୍ପର୍ଣ୍ଣ କରିବାକୁ ଚେଷ୍ଟିତ ହେବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତି ସହ ଲାଭପ୍ରାପ୍ତି ହେବ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ ।

କୁମ୍ଭ:ସାଂସାରିକ ଜୀବନ ସୁଖମୟ ହେବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ ।

ମୀନ:ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହାଫଳରେ ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ ।