କିପରି କଟିବ ଆଜି ଆପଣଙ୍କ ଦିନ: ୨୧/୦୨/୨୦୨୩

ମେଷ:ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ।

ବୃଷ:ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁରୂପେ ହେବ।

ମିଥୁନ:ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କ ଠାରୁ ଯଥେଷ୍ଟ ସହାୟତା ପାଇବେ।

କର୍କଟ:ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ଅସ୍ୱସ୍ତି ପାଇବେ। ଗୃହୋପକରଣ କ୍ରୟ କରିବେ।

ସିଂହ:ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ପାରିବାରିକ ସମସ୍ୟା ସୁଧୁରି ଯିବ। ବିଦ୍ୟାରେ ଉନ୍ନତି କରିବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ।

କନ୍ୟା:ମାଲିମୋକଦ୍ଦମାର ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ।

ତୁଳା:ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ।

ବିଛା:କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ମାନ ମନାନ୍ତର ଦୂର ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ।

ଧନୁ:ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ପଦୋନ୍ନତିର ସୁଯୋଗ ପାଇବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍।

ମକର:କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ।

କୁମ୍ଭ:କର୍ମକ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି।

ମୀନ:ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ।