କିପରି କଟିବ ଆଜି ଆପଣଙ୍କ ଦିନ: ୨୨/୦୨/୨୦୨୩

ମେଷ:ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ବିଦ୍ୟା କ୍ଷେତ୍ରରେ ମନନିବେଶ କରିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରି ପାରନ୍ତି ।

ବୃଷ:କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି । ବାକିଥିବା ଅର୍ଥ ଆଦାୟ ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ମିଥୁନ:ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ ।

କର୍କଟ:ରାଜନୀତିରେ ଲୋକପ୍ରିୟତା, ଖେଳରେ ପ୍ରଶଂସାପାଇବେ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । କାର୍ଯ୍ୟକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ । ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ ।

ସିଂହ:ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ।

କନ୍ୟା:ଶିଳ୍ପବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ ।

ତୁଳା:ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବା ସହ କିଛି ନୂତନ ଦ୍ରବ୍ୟ କ୍ରୟ କରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ ।

ବିଛା:ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ । ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ ।

ଧନୁ:ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍ ।

ମକର:ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣ କରିବେ । ବିଦ୍ୟାରେ ଉନ୍ନତି ହେବାସହ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

କୁମ୍ଭ:ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ । କରଜ ଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ ।

ମୀନ:ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପାରନ୍ତି । ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ।