କିପରି କଟିବ ଆଜି ଆପଣଙ୍କ ଦିନ: ୨୬/୦୨/୨୦୨୩

ମେଷ:କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ବିଭିନ୍ନ ଦିଗରୁ ଲାଭବାନ୍ ହେବେ । କିନ୍ତୁ ନିଜ ଲୋକମାନେ ମନମୋଟିଆ ହେବେ ।

ବୃଷ:ବିଦ୍ୟାରେ ଉନ୍ନତିହେବା ସହ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ।

ମିଥୁନ:ସନ୍ତାନଙ୍କ ଖୁସିରେ ଆନନ୍ଦିତ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ । ଋଣ ଭରଣାରେ ସହଜ ହେବ । ଗୃହବାହନ ପ୍ରାପ୍ତି ହେବ ।

କର୍କଟ:ବିଦେଶ ଯାତ୍ରାରେ ଯଶଲାଭ ହେବାସହ ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ ।

ସିଂହ:ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ ।

କନ୍ୟା:ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ ।

ତୁଳା:ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଆୟ ଉତ୍ତମ ହେବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।

ବିଛା:ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ । ବିତିଯାଇଥିବା ମାମଲାରେ ସଫଳତା ମିଳିବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ଧନୁ:ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । କାରବାରରେ ସ୍ଥିତି ଠିକ୍ ରହିବ । ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ।

ମକର:ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ପିଲାଙ୍କସହ ଖୁସିରେ ରହିବେ । ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

କୁମ୍ଭ:ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ ।

ମୀନ:ସାମୟିକ ଚିନ୍ତା ଦୂରହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଉତ୍ତମ ରୋଜଗାର କରିପାରିବେ । ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ ।