କିପରି କଟିବ ଆଜି ଆପଣଙ୍କ ଦିନ: ୨୮/୦୨/୨୦୨୩

ମେଷ:ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ।

ବୃଷ:ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ।ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

ମିଥୁନ:ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ।

କର୍କଟ:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ।

ସିଂହ:ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ।

କନ୍ୟା:ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ।

ତୁଳା:ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢେଇଦେବ।ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ।

ବିଛା:ବିଚ୍ଛା:-ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ।

ଧନୁ:ଋଣ ଭରଣାରେ ସହଜ ହେବ। ଶତୃମାନେ ପରାଜିତ ହେବେ। ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ।

ମକର:କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ।

କୁମ୍ଭ:ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ।

ମୀନ:ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ। ଦୂରସ୍ଥାନକୁ ଯାତ୍ରା କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ।