କିପରି କଟିବ ଆଜି ଆପଣଙ୍କ ଦିନ: ୦୨/୦୩/୨୦୨୨

ମେଷ:ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ଶାରିରୀକ ଅସୁସ୍ଥତା ଦୂରେଇ ଯିବା ଫଳରେ ଆନନ୍ଦିତ ହେବେ ।

ବୃଷ:ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ ।

ମିଥୁନ:ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ ।

କର୍କଟ:ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

ସିଂହ:ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । କର୍ମନିଯୁକ୍ତିର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ ।

କନ୍ୟା:କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ ।

ତୁଳା:ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗ ଦେବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଦାମ୍ପତ୍ୟ ସୁଖ କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇପଡ଼ିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ ।

ବିଛା:ସମ୍ପର୍କୀୟ ମାନଙ୍କ ଦ୍ୱାରା ସୁବିଧା ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଇଚ୍ଛା ବିରୁଦ୍ଧରେ କାର୍ଯ୍ୟ କରିବାକୁ ଯାଇ ମିଥ୍ୟା କଳଙ୍କରେ କଳଙ୍କିତ ହେବେ ।

ଧନୁ:ଶତ୍ରୁବାଧା ଦୂରେଇ ଯିବ । ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ । ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ଋଣରୁ ମୁକ୍ତି ମିଳିବା ଫଳରେ ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ ।

ମକର:ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଆର୍ଥିକ ଦିଗରୁ ସୁବିଧା ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ରାଜନେତା ମାନଙ୍କର ଅଶାନ୍ତି ଦୂରେଇ ଯିବ ।

କୁମ୍ଭ:ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ । ସନ୍ତାନ ସନ୍ତତି ଅତ୍ୟଧିକ ପରିଶ୍ରମ କରି ଲାଭ ପାଇବେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ ।

ମୀନ:ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶାଜନକ ଫଳପ୍ରାପ୍ତିହେବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।