କିପରି କଟିବ ଆଜି ଆପଣଙ୍କ ଦିନ: ୦୭/୦୩/୨୦୨୩

ମେଷ:ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ।

ବୃଷ:ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟକୁ ବଢେଇବା ସହଜ ହେବ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ।

ମିଥୁନ:ହରାଇଥିବା ଧନ ପ୍ରାପ୍ତି ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ସହ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସାଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ।

କର୍କଟ:ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି।

ସିଂହ:ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ଉଚିତପନ୍ଥା ଗ୍ରହଣ କଲେ ସୁଖ ସମ୍ପଦ ପ୍ରାପ୍ତି ହେବ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାର୍ଯ୍ୟ କରିବେ।

କନ୍ୟା:ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ।

ତୁଳା:କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସାଧାରଣବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ।

ବିଛା:ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ।

ଧନୁ:ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

ମକର:ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ।

କୁମ୍ଭ:ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ପରିବେଶ ସୃଷ୍ଟି ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ।

ମୀନ:ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ବିଶେଷ ଲାଭ ପାଇବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ।