କିପରି କଟିବ ଆଜି ଆପଣଙ୍କ ଦିନ: ୧୦/୦୩/୨୦୨୩

ମେଷ:ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଉଚ୍ଚାଧିକାରୀଙ୍କଠାରୁ ସହଯୋଗ ପାଇ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଦେଖା ଦେବ।

ବୃଷ:ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ।

ମିଥୁନ:ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।

କର୍କଟ:ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ।

ସିଂହ:ସରକାରୀ କାମରେ ସଫଳତା ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ।

କନ୍ୟା:ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ସ୍ୱାସ୍ଥ୍ୟ ଠିକ୍ ରହିବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ।

ତୁଳା:lକାର୍ଯ୍ୟକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ।

ବିଛା:କଠିନ ପରିଶ୍ରମ କରିବା ଫଳରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ।

ଧନୁ:ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ଚେଷ୍ଟା ଜାରି ରଖିବେ।

ମକର:ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ।

କୁମ୍ଭ:ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ।

ମୀନ:ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ସହ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ।