କିପରି କଟିବ ଆଜି ଆପଣଙ୍କ ଦିନ:୨୦/୦୩/୨୦୨୩

ମେଷ:ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। କାରବାରରେ ସୁଧାର ଆସିବା ଫଳରେ ମନ ଭଲ ରହିବ।

ବୃଷ:ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବାସହ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ।

ମିଥୁନ:ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ଶିକ୍ଷା କ୍ଷେତ୍ରରେ ଅମନଯୋଗୀ, ଅଯଥାରେ ଶତୃବୃଦ୍ଧି, ଆର୍ଥିକ କ୍ଷେତ୍ରରେ ବିଫଳତା ଦେଖା ଦେବ।

କର୍କଟ:ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ।

ସିଂହ:ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ।

କନ୍ୟା:ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ସରକାରୀ କାମରେ ସଫଳତା ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ।

ତୁଳା:ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟି କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ଉତ୍ତମ ରୋଜଗାର କରି ପାରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ।

ବିଛା:ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବାସହ ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ।

ଧନୁ:ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି।

ମକର:ଦୂରଯାତ୍ରାରେ ଆକସ୍ମିକ ଧନଲାଭ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଉତ୍ତମ ରୋଜଗାର କରିପାରିବେ।

କୁମ୍ଭ:ଆର୍ଥିକସ୍ଥିତି ପୂର୍ବପରି ରହିବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ।

ମୀନ:ବିଦ୍ୟା କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ।