କିପରି କଟିବ ଆଜି ଆପଣଙ୍କ ଦିନ:୨୧/୦୩/୨୦୨୩

ମେଷ:ଶୁଭ ସମାଚାର ପାଇ ଖୁସି ହେବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇପାରେ। କିଣା ବିକା ବା କମିଶିନ୍ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ।

ବୃଷ:ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ।

ମିଥୁନ:ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପ୍ରତିଯୋଗିତା ପରୀକ୍ଷାରେ ମଧ୍ୟ ସଫଳତା ପାଇବେ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଆର୍ଥିକ ଚିନ୍ତା ଦୁରହେବ।

କର୍କଟ:ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଅନେକ କ୍ଷେତ୍ରରେ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ।

ସିଂହ:ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ।

କନ୍ୟା:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ ଓ ଶତ୍ରୁମାନେ ମଥାନତ କରିବେ।

ତୁଳା:ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ।

ବିଛା:ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।

ଧନୁ:କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଭଗୀଦାରିକ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନେଇ ପାରନ୍ତି। ପୁରାତନ ରୋଗର ପ୍ରକୋପ ଉପଶମ ହେବ।

ମକର:ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପରିବାରରେ ମାନ ମନାନ୍ତର ଦୂର ହେବ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ସାଧାରଣ ବର୍ଗ ଓ ସହକର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ।

କୁମ୍ଭ:ସରକାରୀ କର୍ମଚାରୀ ମାନଙ୍କର ଉନ୍ନତିହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। କର୍ମକ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବ।

ମୀନ:ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମ ସମ୍ବନ୍ଧିତ ଯାତ୍ରା କରି କଷ୍ଟ ଭୋଗି ପାରନ୍ତି।