କିପରି କଟିବ ଆଜି ଆପଣଙ୍କ ଦିନ: ୨୫/୦୩/୨୦୨୩

ମେଷ:କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ସ୍ଥାନାନ୍ତରଣ ଯୋଗ ଆସିପାରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ।

ବୃଷ:ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ।

ମିଥୁନ:ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୀର୍ଘଦିନର ଆଶା ଆଜି ପୂରଣ ହେବ।

କର୍କଟ:ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ।

ସିଂହ:କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ସହକର୍ମୀ ମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ।

କନ୍ୟା:ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ଉଚ୍ଚଆଶା ସଫଳ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ।

ତୁଳା:ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ। ଉତ୍ତମ ରୋଜଗାର ମିଳିବ। ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ।

ବିଛା:ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ।

ଧନୁ:ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ। ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ।

ମକର:ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ବ୍ୟବସାୟରେ ସାମାନ୍ୟ ଲାଭ ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖା ଦେଇପାରେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ।

କୁମ୍ଭ:ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ମିତ୍ରତା ବୃଦ୍ଧି ପାଇବ। ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ।

ମୀନ:ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍।