କିପରି କଟିବ ଆଜି ଆପଣଙ୍କ ଦିନ: ୦୫/୦୪/୨୦୨୩

ମେଷ:କର୍ମଚାରୀ ମାନଙ୍କର ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ସମାଧାନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ରାଜନୀତିରେ ବନ୍ଧୁମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ ।

ବୃଷ:ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ ଓ ନୂତନବନ୍ଧୁଙ୍କ ଆଗମନ ହେବ ।

ମିଥୁନ:ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଆଧ୍ୟାତ୍ମିକ ଓ ବୌଦ୍ଧିକ ଭାବନାରେ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ ।

କର୍କଟ:ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ । ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ମିତ୍ରମାନଙ୍କ ସହଯୋଗରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ସିଂହ:ସହକର୍ମୀଙ୍କ ସହାୟତା, ବନ୍ଧୁ ମିତ୍ରମାନଙ୍କ ସମର୍ଥନ ପାଇ ଶତୃମାନଙ୍କୁ ପରାସ୍ତ କରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଅନେକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ପାଇ ବାଦବିବାଦର ଅବସାନ ଘଟିବ ।

କନ୍ୟା:ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟୀମାନେ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ ।

ତୁଳା:ସଂଘର୍ଷ ଦ୍ଵାରା ସଫଳତା ମିଳିବ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ ।

ବିଛା:ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ।

ଧନୁ:ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାନସିକ ଦୁଶ୍ଚିନ୍ତା ଦୂରହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହୋଇ ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ ।

ମକର:ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।

କୁମ୍ଭ:ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଛାତ୍ର ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । ଭାଇଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ ।

ମୀନ:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ । ସବୁଥିରେ ସଫଳତା ମିଳିବା ଯୋଗେ ମାନସିକ ଶାନ୍ତି ମିଳିବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ।