ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଭୁବନେଶ୍ୱର,୨୫/୦୭: ବିଧାନସଭାରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟରେ ରାଜ୍ୟ ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ସହ ଏଥିପାଇଁ ବଜେଟରେ ୫୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛନ୍ତି । ଏହି ଯୋଜନା ମାଧ୍ୟମରେ ରାଜ୍ୟର ଗରିବ ଶ୍ରେଣୀର ଲୋକ ବିନା ମୂଲ୍ୟରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସେବା ପାଇପାରିବେ ।