ବାବା ସିଦ୍ଦିକି ହତ୍ୟା ମାମଲାରେ ବଡ଼ ଖୁଲାସା, ଅଟୋରେ ଆସିଥିଲେ ହତ୍ୟାକାରୀ

ନୂଆଦିଲ୍ଲୀ,୧୩/୧୦: ଏନସିପି ଅଜିତ ପାୱାର ଗୋଷ୍ଠୀର ବରିଷ୍ଠ ନେତା ବାବା ସିଦ୍ଦିକିଙ୍କୁ ମୁମ୍ବାଇରେ ଗୁଳିମାଡ଼ କରାଯାଇଛି। ବାବା ସିଦ୍ଦିକିଙ୍କୁ ତିନିଥର ଗୁଳିମାଡ଼ କରାଯାଇଥିଲା। ଏହା ପରେ ତାଙ୍କୁ  ଡାକ୍ତରଖାନାରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏବେ ବାବା ସିଦ୍ଦିକି ହତ୍ୟା ମାମଲାରେ ଏକ ବଡ଼ ଖୁଲାସା ହୋଇଛି।

ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଅନୁଯାୟୀ ପଚରାଉଚରା ବେଳେ ଅଭିଯୁକ୍ତମାନେ ବିଶ୍ନୋଇ ଗ୍ୟାଙ୍ଗ ସହ ଜଡିତ ଥିବା କହିଛନ୍ତି। ଅଭିଯୁକ୍ତମାନେ ଗତ ୨୫-୩୦ ଦିନ ଧରି ସେହି ଅଞ୍ଚଳର ରେକି କରୁଥିଲେ। ଏହି ତିନି ଅଭିଯୁକ୍ତ ଘଟଣା ପୂର୍ବରୁ ଅଟୋ ରିକ୍ସା ଦ୍ୱାରା ବାନ୍ଦ୍ରା ଇଷ୍ଟରେ ପହଞ୍ଚିଥିଲେ । ସୂତ୍ରରୁ ପ୍ରକାଶ ଯେ ବାବା ସିଦ୍ଧିକିଙ୍କ ଉପରେ ଗୁଳିମାଡ଼ କରିବା ପୂର୍ବରୁ ତିନିଜଣ ସେଠାରେ କିଛି ସମୟ ଅପେକ୍ଷା କରିଥିଲେ।

Leave a Reply

Your email address will not be published. Required fields are marked *