ବାହାନଗା ଟ୍ରେନ ଟ୍ରାଜେଡି, ୭ଜଣ ରେଳ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୧୨/୦୭: ବାହାନଗା ଟ୍ରେନ ଦୁର୍ଘଟଣା ନେଇ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି । ତାଙ୍କର ଦାୟିତ୍ୱରେ ଅବହେଳା କାରଣରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ବାହାନଗା ଦୁର୍ଘଟଣା ପରେ ଦକ୍ଷିଣ-ପୂର୍ବ ରେଳ ସୁରକ୍ଷା କମିସନର ରେଳବାଇ ବୋର୍ଡକୁ ଯେଉଁ ରିପୋର୍ଟ ଦେଇଥିଲେ, ସେଥିରେ ବିଶେଷ କରି ସିଗନାଲ, ବୈଷୟିକ ତ୍ରୁଟି ଓ କର୍ମଚାରୀଙ୍କ ଅବହେଳାକୁ ଦାୟୀ କରାଯାଇଥିଲା ।ସିଗ୍ନାଲିଂ ସର୍କିଟ୍ ବଦଳାଯିବା ବେଳେ ବୈଷୟିକ ତ୍ରୁଟି ଯୋଗୁଁ ଇଣ୍ଟର୍ଲକିଂ ସିଷ୍ଟମ୍ ପ୍ରଭାବିତ ହୋଇଥିଲା । ଏହି କାରଣରୁ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବୋଲି ସିଆର୍ଏସ୍ ରିପୋର୍ଟ ଦେଇଥିଲେ । ସେହି ରିପୋର୍ଟକୁ ଆଧାର କରି ଏହି ଗିରଫଦାରୀ ହୋଇଥିବା କୁହାଯାଉଛି।