ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧରଣ ଦର୍ଶନ

ଭୁବନେଶ୍ୱର,୧୦/୦୪: ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଥାଏ। ଏହାରିମଧ୍ୟରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହୁଏ । ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ଅର୍ଥାତ ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି ।ଏହା ମହାପ୍ରଭୁଙ୍କ ଏକ ଗୁପ୍ତନୀତି ହୋଇଥିବାରୁ ପ୍ରଭୁଙ୍କ ମୁଖ ଶୃଙ୍ଗାର କରାଯାଏ । ଏହି ନୀତି ପାଇଁ ଜୟା ବିଜୟ ଦ୍ୱାର ବନ୍ଦ ରହିବା ସହ ଦ୍ୱିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ମୁଖ ଶୃଙ୍ଗାର କରିଥାନ୍ତି ।