ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଭୁବନେଶ୍ୱର,୧୨/୧୨: ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି । ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି । ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ଅର୍ଥାତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ । ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।