ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୮/୨:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ପର୍ଯ୍ୟନ୍ତ ମନ୍ଦିରର ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବା ପରେ ସର୍ବସାଧାରଣ ଦର୍ଶନ କରିପାରିବେ ।