ବାରବାଟୀ ଷ୍ଟାଡିୟମର ପୁନଃନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭/୦୨: ଐତିହାସିକ ବାରବାଟୀ ଷ୍ଟାଡିୟମର  ହେବ ନବକଳେବର । ଆଜି ଏନେଇ ମୂଳଦୁଆ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ବାରବାଟୀ ଷ୍ଟାଡିୟମର ପୁନଃନିର୍ମାଣ କାର୍ଯ୍ୟର ଶିଳାନ୍ୟାସ ହୋଇଛି। ଷ୍ଟାଡିୟମକୁ ନୂଆ ରୂପରେ ଗଢ଼ି ତୋଳିବା ସହ ବାରବାଟୀରେ ଅତ୍ୟାଧୁନିକ ସୁବିଧା-ସୁଯୋଗ ଏବଂ ଷ୍ଟାଡିୟମର କ୍ଷମତା ବୃଦ୍ଧି ମଧ୍ୟ କରାଯିବ । ସେହିପରି ସ୍ପୋର୍ଟ୍ସ କମ୍ପେ୍ଲକ୍ସ, ଅତ୍ୟାଧୁନିକ ଜିମ୍ ସେଣ୍ଟର , ମଲ୍, ଅଫିସ୍, ଷ୍ଟାର ହୋଟେଲ ଆଦି ସୁବିଧା ରହିବ ।

ବାରବାଟୀ ଷ୍ଟାଡିୟମରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଆଇପିଏଲ ଗଭର୍ଣ୍ଣିଂ କାଉନସିଲ ଅଧ୍ୟକ୍ଷ, ଓସିଏ ସଭାପତି, ଫାଓ ସମ୍ପାଦକ ପ୍ରମୁଖ ସାମିଲ ହୋଇଥିଲେ । ସେହିପରି ପୂର୍ବତନ ଭାରତୀୟ କ୍ରିକେଟର ଇରଫାନ ପଠାନ, ପଜ୍ଞାନ ଓଝାଙ୍କୁ ମଧ୍ୟ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା । ଅନ୍ୟପଟେ ଏହାସହ ରାଜ୍ୟର କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ।