କଂସ ନିଧନ ସହ ଶେଷ ହେଲା ବିଶ୍ୱ ପ୍ରସିଦ୍ଧ ବରଗଡ଼ ବିରାଟ ଧନୁଯାତ୍ରା

ଭୁବନେଶ୍ୱର,୭/୧: ଆଉ ଶୁଭିବ ନାହିଁ ସେହି ପ୍ରକମ୍ପିତ ଅଟ୍ଟହାସ୍ୟ । ନିରବୀ ଯାଇଛି ରଙ୍ଗମହଲ ଓ ରାଜଦରବାର । ଦୀର୍ଘ ଏଗାର ଦିନର କଂସରାଜରେ ପୂର୍ଣ୍ଣଛେଦ ପଡ଼ିଛି । କଂସ ନିଧନ ସହ ଶେଷ ହୋଇଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ବିରାଟ ଧନୁଯାତ୍ରା । ଧନୁଯାତ୍ରାର ଶେଷ ଦିବସର ନାଟ୍ୟାଭିନୟକ୍ରମରେ କୃଷ୍ଣ ବଳରାମ ମଥୁରା ଭ୍ରମଣ କରିଥିଲେ । ମାତ୍ର କୁବଳୟା ହସ୍ତୀ ବାଟ ଓଗାଳି ଥିଲା ।କୁବଳୟା ହସ୍ତୀ ସହିତ ଯୁଦ୍ଧ କରି କୃଷ୍ଣ-ବଳରାମ ତାକୁ ବଧ କରିଥିଲେ । ପରେ ଘମାଘୋଟ ଯୁଦ୍ଧ ପରେ କୃଷ୍ଣ-ବଳରାମ ମହାରାଜ କଂସଙ୍କୁ ବଦ୍ଧ କରିଥିଲେ ।